ରାଜ୍ୟ

ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଷ୍ଟାରଓଡିଶାନ୍ୟୁଜ (ଭୁବନେଶ୍ୱର) :ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ  ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠ ସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭି ଗୟା ଭାବରେ ବିରଜା ପୀଠର ପ୍ରସିଦ୍ଧି ରହିଛି। ମା’ ବିରଜାଙ୍କ ପ୍ରତି ସାରା ଓଡିଶାର ଜନସାଧାରଣଙ୍କ ପ୍ରଗାଢ ଭକ୍ତି ଓ ନିଷ୍ଠା ରହିଛି।

ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡିକ ଜାରି ରହିଛି। ଏହା ସହିତ ମନ୍ଦିରର ସର୍ବାଙ୍ଗୀନ ବିକାଶ ପାଇଁ ଆବଶ୍ୟକ ପଡିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ କରାଯିବ।
ବିରଜା ମନ୍ଦିର ଓ ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ଯେଉଁ ସବୁ ପ୍ରକଳ୍ପ ହାତକୁ ନିଆ ଯାଇଛି, ସେ ସବୁ ପ୍ରକଳ୍ପ ଠିକ୍ ସମୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Related posts

ଟଙ୍କା ପାଇଁ ମହାଭାରତ

Star Odisha News

ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ, ବିମାନରୁ ଓହ୍ଲାଇ ସିଧା ଗଲେ ସଭାକୁ

Star Odisha News

ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍

Star Odisha News

Leave a Comment