ରାଜ୍ୟ

ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍

ଷ୍ଟାରଓଡିଶାନ୍ୟୁଜ (ଭୁବନେଶ୍ୱର) : ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ଆଜି ଅପରାହ୍ନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କ୍ଷୟକ୍ଷତିର ଭରଣା ପାଇଁ ସହାୟତା ସହିତ ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ବ ଦେଇଛନ୍ତି। ଧନଜୀବନର ସୁରକ୍ଷା ପାଇଁ ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ କରାଯିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଉପକୂଳବର୍ତ୍ତୀ ଜିଲ୍ଲାରେ ଭୂତଳ ବିଦ୍ୟୁତ କେବୁଲ ସ୍ଥାପନ, ଉପକୂଳରେ ବନ୍ଧ ନିର୍ମାଣ, ବ୍ୟାପକ ହେନ୍ତାଳ ବନ ସୃଷ୍ଟି ଆଦି ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି। ଏହା ସହିତ ଭୁବନେଶ୍ବରରେ ଏକ ଅତ୍ୟାଧୁନିକ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ମତଦେବା ସହ ଏ ଦିଗରେ କେନ୍ଦ୍ର ସରକାର ଆବଶ୍ୟକ ସହଯୋଗ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ରଖିଛନ୍ତି।

Related posts

ରାଜ୍ୟସଭା ଯିବେ ଓଡ଼ିଆ ଚଳଚିତ୍ର ଜଗତର ସୁପରଷ୍ଟାର ଅନୁଭବ ମହାନ୍ତି , ଯାହାକୁ ନେଇ ଏବେ ସାରା ଓଡ଼ିଶାରେ ଚର୍ଚା ଆରମ୍ଭ ହୋଇଛି I

Star Odisha News

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପସନ୍ଦ ଗୁପଚୁପ୍ । ସାମ୍ନାକୁ ଆସିଲା ଗୁପଚୁପ୍ ଖାଇବା ବେଳର ଭିଡିଓ

Star Odisha News

ଟଙ୍କା ପାଇଁ ମହାଭାରତ

Star Odisha News

Leave a Comment